Saturday, May 18, 2024

Logo
google-add

ଆଜି ଅବପାତରେ ପରିଣତ ହେବ ଲଘୁଚାପ

| 10:50 AM, Wed Nov 15, 2023

ଓଡ଼ିଶା 365 (ବ୍ୟୁରୋ) : ଆଜି ଘନୀଭୂତ ହୋଇ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବ ଲଘୁଚାପ । ଆସନ୍ତା ୨୪ ଘଣ୍ଟାରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହା ଗଭୀର ଅବପାତରେ ପରିଣତ ହୋଇପାରେ ।ଏହାର ପ୍ରଭାବରେ ରାଜ୍ୟରେ ଆଜିଠାରୁ ପାଗରେ ସାମାନ୍ୟ ପରବର୍ତ୍ତନ ଆସିଛି । ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ଜିଲ୍ଲା ସାମାନ୍ୟରୁ ପ୍ରବଳ ବର୍ଷା ହେବାନେଇ ସମ୍ଭାବନା ରହିଛି । ତେବେ ଏନେଇ ଅରେଞ୍ଜ ଆଲର୍ଟ ଜାରି କରିଛି ଆଇଏମଡି । ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡାରେ ୨୦୦ ମିଲିମିଟର ଯାଏଁ ବର୍ଷାର ସମ୍ଭାବନା ରହିଛି ।

ଉତ୍ତର ଉପକୂଳ ଓଡ଼ିଶାର ୧୦ ଜିଲ୍ଲାକୁ ବି ୟେଲୋ ଆଲର୍ଟ ଜାରି କରାଯାଇଛି । ୧୭ ତାରିଖ ବେଳକୁ ଗଭୀର ଅବପାତ ଆନ୍ଧ୍ର ଉପକୂଳରୁ ରିକର୍ଭ କରିବ । ପରେ ଉତ୍ତର-ଉତ୍ତର-ପୂର୍ବ ଦିଗରେ ଗତି କରି ଓଡ଼ିଶା ଉପକୂଳ ନିକଟବର୍ତ୍ତୀ ହେବ ।ବର୍ଷା ସମୟରେ ଘଣ୍ଟାପ୍ରତି ୪୫ ରୁ ୬୫ କିଲୋମିଟର ବେଗରେ ପବନ ବହିବ । ସମୁଦ୍ର ଅଶାନ୍ତ ରହୁଥିବାରୁ ୧୮ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ କରାଯାଇଛି । ୧୮ ତାରିଖ ପର୍ଯ୍ୟନ୍ତ ଦକ୍ଷିଣ ଓଡ଼ିଶା ସମେତ ଉପକୂଳ ଓ ଉତ୍ତର ଓଡ଼ିଶାର ସବୁ ଜିଲ୍ଲାରେ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର ।

  • Trending Tag

  • No Trending Add This News
google-add
google-add
google-add

ବଡ଼ କଥା

ଲାଟେଷ୍ଟ ଅପଡେଟ୍

google-add
google-add
google-add

ବ୍ଲଗ୍

google-add
google-add